ପୁରୁଷୋତ୍ତମପୁର (୨୮/୧୦/୨୦୨୬) ଋଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି, ନଦୀକୂଳିଆ ଲୋକଙ୍କ ମଧ୍ୟରେ ଆଶଙ୍କା ପ୍ରକାଶ ପାଇଛି। ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଲାଗି ରହିଛି ବର୍ଷା। ପୁରୁଷୋତ୍ତମପୁର ଅଞ୍ଚଳରେ ଆଜି ସକାଳଠାରୁ ପ୍ରବଳ ବର୍ଷା ସାଙ୍ଗକୁ ପବନ ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ଋଷିକୁଲ୍ୟା ନଦୀର ଜଳସ୍ତର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ବର୍ତ୍ତମାନ ନଦୀର ଜଳସ୍ତର ୧୩.୮୦ ମିଟର ରହିଥିବା ବେଳେ ଆଗକୁ ଏହା ଆହୁରି ବୃଦ୍ଧି ପାଇବାର ଆଶଙ୍କା ରହିଛି।
ଋଷିକୁଲ୍ୟା ନଦୀର ସତର୍କ ସୂଚନା ସ୍ତର ୧୫.୮୩୫ ମିଟର ଏବଂ ବିପଦ ସଙ୍କେତ ୧୬.୮୩୬ ମିଟର ରହିଛି। ଅନ୍ୟପଟେ, ପୁରୁଷୋତ୍ତମପୁରରେ ଆଜି ୮୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ନଦୀର ଜଳସ୍ତର ବଢ଼ୁଥିବାରୁ ନଦୀକୂଳିଆ ଅଞ୍ଚଳର ଲୋକଙ୍କ ମଧ୍ୟରେ ଆଶଙ୍କା ବଢ଼ିଛି। ପରିସ୍ଥିତି ଉପରେ ପ୍ରଶାସନ ନଜର ରଖିଥିବା ବେଳେ ନଦୀକୂଳିଆ ଲୋକଙ୍କୁ ସତର୍କ ରହିବା ସହ ଆବଶ୍ୟକ ସ୍ଥଳେ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ପରାମର୍ଶ ଦିଆଯାଇଛି।

0 Comments