Tej Odisha News

ବାତ୍ୟା ‘ଅକବାନ’ ମୁକାବିଲା ପାଇଁ ଗୋପାଳପୁର ବେଳାଭୂମିରେ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ସିଡିଓ

 


ଛତ୍ରପୁର, ୧୯/୧୧: ସମ୍ଭାବ୍ୟ ବାତ୍ୟା ‘ଅକବାନ’ର ମୁକାବିଲା ନିମନ୍ତେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଜୋରଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଓ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (ସିଡିଓ) ସମୀର କୁମାର ଜେନା ଗୋପାଳପୁର ବେଳାଭୂମି ପରିଦର୍ଶନ କରି ସମୁଦ୍ରର ସ୍ଥିତି ଓ ଉପକୂଳବର୍ତ୍ତୀ ଅଞ୍ଚଳର ପରିସ୍ଥିତି ଅନୁଧ୍ୟାନ କରିଥିଲେ।

ଏହି ଅବସରରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ଦୃଷ୍ଟିରେ ରଖି ଉପକୂଳ ଅଞ୍ଚଳର ଜନସାଧାରଣଙ୍କ ସୁରକ୍ଷା, ଜରୁରୀକାଳୀନ ପଦକ୍ଷେପ ଏବଂ ଆବଶ୍ୟକୀୟ ପ୍ରସ୍ତୁତି ସମ୍ପର୍କରେ ଉଭୟ ଅଧିକାରୀ ସମୀକ୍ଷା କରିଥିଲେ। ବାତ୍ୟା ସମୟରେ ଯେପରି ଧନଜୀବନ କ୍ଷୟକ୍ଷତି ନହୁଏ, ସେଥିପାଇଁ ପ୍ରଶାସନ ପକ୍ଷରୁ ସତର୍କତା ଓ ସୁରକ୍ଷାମୂଳକ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି।

ଛତ୍ରପୁର ରୁ ପ୍ରଶାନ୍ତ କୁମାର ମହାରଣା, ତେଜ୍ ଓଡିଶା ।

Post a Comment

0 Comments